//BREAKING//
Loading...

ସ୍ୱାସ୍ଥ୍ୟ କ୍ଷେତ୍ରରେ ଓଡ଼ିଶାକୁ ବଡ଼ ସଫଳତା, ଶିଶୁ ମୃତ୍ୟୁହାରରେ ଘଟିଛି ସର୍ବାଧିକ ହ୍ରାସ

 


ଭୁବନେଶ୍ୱର: ବିକାଶରେ ବିଭିନ୍ନ କ୍ଷେତ୍ରରେ ଓଡିଶା କ୍ରମାଗତଭାବେ ସଫଳତା ହାସଲ କରି ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ସୃଷ୍ଟି କରିଥିବା ବେଳେ, ଏବେ ସ୍ବାସ୍ଥ୍ୟ କ୍ଷେତ୍ରରେ ଆଉ ଏକ ମାଇଲଷ୍ଟୋନ ହାସଲ କରିଛି। ଆଜି ମୋ ସରକାରର ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଅଧିକାରୀ ମାନଙ୍କୁ ସୂଚନା ଦେଇ କହିଲେ ଯେ ଓଡିଶା ଶିଶୁ ମୃତ୍ୟୁହାରରେ ୩୯ ପଏଣ୍ଟ ହ୍ରାସ କରିବାରେ ସଫଳ ହୋଇଛି ୨୦୦୫ରୁ ୨୦୨୦ ମଧ୍ୟରେ ଏହି ସଫଳତା ମିଳିଛି । ଏହା ସାରା ଦେଶରେ ଏହି ସମୟ ମଧ୍ୟରେ ସର୍ବାଧିକ ହ୍ରାସ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବର୍ତ୍ତମାନ ରାଜ୍ୟର ଶିଶୁ ମୃତ୍ୟୁ ହାର ପ୍ରତି ଏକ ହଜାରରେ ୩୬କୁ କମିଯାଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ବିଭାଗ,ମହିଳା ଓ ଶିଶୁ କଲ୍ୟାଣ ବିଭାଗ,ମିଶନ ଶକ୍ତି ବିଭାଗ ଏବଂ ଟିମ୍‌ ଓଡିଶାକୁ ଅଭିନନ୍ଦନ ଜଣାଇଥିଲେ ଏବଂ ଓଡିଶାର ବିକାଶ ଯାତ୍ରାରେ ସମସ୍ତେ ସାମିଲ ହୋଇ ଓଡିଶା ପାଇଁ ନୂଆ ନୂଆ ସଫଳତା ହାସଲ କରିବା ପାଇଁ ପରାମର୍ଶ ଦେଇଥିଲେ।

Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe