//BREAKING//
Loading...

୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ କାଳବୈଶାଖୀ: ୟେଲୋଓ୍ଵାର୍ଣ୍ଣିଂ ଜାରି

 


ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୩୦ ତାରିଖ ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୦ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତର ଓଡିଶାର ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇପାରେ।

ଅନ୍ୟପକ୍ଷରେ ଆସନ୍ତା ୩ରୁ ୫ ଦିନ ମଧ୍ୟରେ ଓଡ଼ିଶା ଜିଲ୍ଲାଗୁଡ଼ିକରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।


Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe