//BREAKING//
Loading...

ଜୁନାଗଡ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତା ରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ।


 

ଭବାନୀପାଟଣା:----(ତର୍ଜମା ନ୍ୟୁଜ)ଆଜି ଜୁନାଗଡ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ,କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ,ଜିଲ୍ଲାପରିଷଦ ଶ୍ରୀ ସୁଶାନ୍ତ କୁମାର ପଟେଲ,ଉପ ଜିଲ୍ଲାପାଳ ଧର୍ମଗଡ ଶ୍ରୀ ସଚିନ ପାୱାର ପ୍ରକାଶ, ସି ଡ଼ି ଏମ୍ ଓ ଡ ରଞ୍ଜନ ମିତ୍ର, ଧର୍ମଗଡ ଏସ ଡି ପି ଓ ଶ୍ରୀ ଧିରଜ କୁମାର ଚୋପଦାର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ,ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସବିତା ମେହେର,ବି ଡି ଓ ଶ୍ରୀ ଦୁଲାରାମ ମାରାଣ୍ଡି ଓ ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୧୬୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୪୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୨ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।




Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe