//BREAKING//
Loading...

ଗୋଲାମୁଣ୍ଡାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା:-(ତର୍ଜମା ନ୍ୟୁଜ)  ଗୋଲାମୁଣ୍ଡା  ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି , ଅନ୍ୱେଷା  ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ବିନ୍ଦୁ ମହାନନ୍ଦ, ଭାର ପ୍ରାପ୍ତ ବି ଡି ଓ ଶ୍ରୀଧର ପଣ୍ଡା ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ  ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୨୭୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୫୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୨ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ରେଡକ୍ରସ ଫଣ୍ଡରୁ ୨ ଜଣଙ୍କୁ ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା ।

Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe