//BREAKING//
Loading...

କଳାହାଣ୍ଡି ବିଶ୍ଵବିଦ୍ୟାଳୟ ର ପ୍ରଥମ ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ କ୍ରୀଡା ପ୍ରତିଯୋଗିତା


 

ଭବାନୀପାଟଣା:------(ତର୍ଜମା ନ୍ୟୁଜ ) କଳାହାଣ୍ଡି ବିଶ୍ଵବିଦ୍ୟାଳୟ ଆନୁକୁଲ୍ୟରେ ପ୍ରଥମ କ୍ରୀଡା ପ୍ରତିଯୋଗିତା କଳାହାଣ୍ଡି ବିଶ୍ଵବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ କୁମାର ଶତପଥୀ ଙ୍କ ସଭାପତିତ୍ବରେ ପାଞ୍ଚ ଦିନିଆ କ୍ରୀଡା ପ୍ରତିଯୋଗିତା ଉଦଯାପିତ ହୋଇ ଯାଇଛି। କଳାହାଣ୍ଡି ଓ ନୂଆପଡା ଜିଲ୍ଲା ର ୧୮ଟି ମହାବିଦ୍ୟାଳୟ ଏଥିରେ ଭାଗ ନେଇଥିଲେ। ୧୯ ତାରିଖ କୁଳପତିଙ୍କ କରକମଳରେ ଚେସ ଏବଂ କେରମ୍ ପ୍ରତିଯୋଗିତା ଉଦ୍ଘାଟିତ ହୋଇଥିଲା। ଚେସ ପ୍ରତିଯୋଗିତାରେ ପ୍ରଗତି ମହାବିଦ୍ୟାଳୟର ତୁଷାର କାନ୍ତ ସାହୁ ବିଜୟୀ ହୋଇଥିବା ବେଳେ କେରମ୍ ରେ କଳାହାଣ୍ଡି ବିଶ୍ଵବିଦ୍ୟାଳୟ କ୍ୟାମ୍ପସ ର ସୌମ୍ୟ ରଂଜନ ତ୍ରିପାଠୀ ବିଜୟୀ ହୋଇଥିଲେ। କ୍ରିକେଟ ଟୁର୍ଣ୍ଣାମେଣ୍ଟ ୨୦ ତାରିଖ ଦିନ ଉଦ୍ଘାଟିତ ହୋଇଥିଲା ଏବଂ ଚାରିଦିନ ଧରି ୟୁନିଭରସିଟି ଖେଳ ପଡିଆ ଏବଂ ରିଜର୍ଭ ପଡିଆ ଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଅଠର ଟି ଦଳ ଭାଗ ନେଇଥିଲେ। ପ୍ରଥମେ ପଞ୍ଚାୟତ ମହାବିଦ୍ୟାଳୟ ନର୍ଲା, ନୂଆପଡା ମହାମାୟା କଲେଜ କୁ ପରାସ୍ତ କରି ଫାଇନାଲ କୁ ଉନ୍ନୀତ ହୋଇଥିଲା। 


୨୪ ତାରିଖ କଳାହାଣ୍ଡି ବିଶ୍ଵବିଦ୍ୟାଳୟ ନେସନାଲ୍ କଲେଜ ନୂଆପଡା କୁ ପରାଜିତ କରି ଫାଇନାଲକୁ ଉନ୍ନୀତ ହୋଇଥିଲା। ଫାଇନାଲ ମ୍ୟାଚରେ ନର୍ଲା କଲେଜ ଟସ୍ ଜିଣି ପ୍ରତିପକ୍ଷ କଳାହାଣ୍ଡି ବିଶ୍ଵବିଦ୍ୟାଳୟ କୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ପ୍ରଥମେ ବ୍ୟାଟିଂ କରି କଳାହାଣ୍ଡି ବିଶ୍ଵବିଦ୍ୟାଳୟ ପାଞ୍ଚ ଉଇକେଟ ବିନିମୟରେ ୧୮୭ ରନ ସଂଗ୍ରହ କରିଥିଲା। ୧୮୮ ରନ ର ବିଜୟ ଲକ୍ଷ୍ୟକୁ ପିଛା କରି ନିର୍ଦ୍ଧାରିତ ୨୦ ଓଭର ରେ ୭ ଉଇକେଟ୍ ବିନିମୟରେ ୧୬୨ ରନ ସଂଗ୍ରହ କରି ପାରିଥିଲା। କଳାହାଣ୍ଡି ବିଶ୍ଵବିଦ୍ୟାଳୟ ଏହି ମ୍ୟାଚ କୁ ୨୫ ରନ ବ୍ୟବଧାନରେ ବିଜୟ ଲାଭ କରି ପ୍ରଥମ ଆନ୍ତ ମହାବିଦ୍ୟାଳୟ ସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ଚାମ୍ପିଅନ ହୋଇଥିଲା। ଏଥିରେ ମ୍ୟାନ ଅଫ ଦି ମ୍ୟାଚ ଓ ମ୍ୟାନ ଅଫ ଦି ସିରିଜ୍ କଳାହାଣ୍ଡି ବିଶ୍ଵବିଦ୍ୟାଳୟ କ୍ରିକେଟ ଦଳର କ୍ୟାପଟେନ ନରେନ୍ଦ୍ର କୁମାର ବାଗ ହାତେଇ ଥିଲେ। କଳାହାଣ୍ଡି ବିଶ୍ଵବିଦ୍ୟାଳୟ ର ଅଭିଳାଷ ପୁରୋହିତ କୁ ବେଷ୍ଟ୍ ବୋଲର ର ମାନ୍ୟତା ମିଳିଥିଲା ଏବଂ ପଞ୍ଚାୟତ ସମିତି ମହାବିଦ୍ୟାଳୟ ନର୍ଲା ର ଯଶୋବନ୍ତ ମାଝିଙ୍କୁ ଵେଷ୍ଟ ବ୍ୟାଟ୍ସମ୍ୟାନ୍ ଭାବେ ପୁରସ୍କୃତ ହୋଇଥିଲେ। ଆଜିର ମ୍ୟାଚରେ ରାନର୍ସ ଅଫ ଦଳକୁ କୁଳପତି ଟ୍ରଫି ପ୍ରଦନ କରିଥିଲେ ଏବଂ ବିଜୟୀ ଦଳକୁ ମୁଖ୍ୟ ଅତିଥି ପୂର୍ବତନ ରଣଜୀ ଟ୍ରଫି ଖେଳାଳି ଶ୍ରୀ ଭାରତ ଭୂଷଣ ଦେଓ ଟ୍ରଫି ପ୍ରଦାନ କରିଥିଲେ। ଏଥିରେ ଅତିଥି ଭାବରେ ଯୋଗ ଦେଇଥିଲେ ପୂର୍ବତନ ରଣଜୀ ଟ୍ରଫି ଖେଳାଳି ଶ୍ରୀ ସୁବ୍ରତ ବହିଦାର , ଡି ଆଇ ପି ଆର୍ ଓ ଶ୍ରୀ ମନୋଜ ବେହେରା, ପୂର୍ବତନ ରଣଜୀ ଖେଳାଳି ଶ୍ରୀ ପ୍ରସନ୍ନ ସାହାଣୀ,ଶ୍ରୀ ପି, କେ, ସାହୁ, ଶ୍ରୀ ରଘୁନାଥ ମିଶ୍ର ,ଶ୍ରୀ ଲୁଡୁ ସାସନି,ଶ୍ରୀ ଜୟଦେବ ସାହୁ ପ୍ରଭୃତି ଯୋଗ ଦେଇଥିଲେ। ଆଜିର ଖେଳକୁ ପରିଚାଳନା କରିଥିଲେ ଓ ସି ଏ ଆମ୍ପାୟର ଶ୍ରୀ ବୁଲୁ ସିଂହ ଏବଂ ସୁମିତ ପଟ୍ଟନାୟକ। ଏଇ କ୍ରୀଡା ମହୋସବ କୁ ପରିଚାଳନା କରିଥିଲେ ଡକ୍ଟର ଘନଶ୍ୟାମ ବେହେରା , ପ୍ରଦୀପ କୁମାର ପ୍ରଧାନ ଏବଂ ଅନ୍ୟ ଅଧ୍ୟାପକ ଓ ଅଧ୍ୟାପିକା ଗଣ। ଧାରା ବିବରଣୀ ପ୍ରଦାନ କରିଥିଲେ ଶ୍ରୀ ଅଂଶୁମାନ ବାବୁ।ଏଥିରେ ଶତାଧିକ ଛାତ୍ର ଛାତ୍ରୀ ଯୋଗ ଦେଇ ଖେଳକୁ ଉପଭୋଗ କରିଥିଲେ।


Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe