//BREAKING//
Loading...

ନର୍ଲା ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ।


 

ଭବାନୀପାଟଣା:---( ତର୍ଜମା ନ୍ୟୁଜ) ନର୍ଲା ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି, ଅନ୍ୱେଷା ରେଡ୍ଡୀ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି,ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ବ୍ଲକ ଅଧ୍ୟକ୍ଷା ମନୋରମା ମହାନ୍ତି, ବ୍ଲକ ଉପାଧ୍ୟକ୍ଷ ଶ୍ରୀ ଦୁର୍ଗା ପ୍ରସାଦ ମହାନ୍ତି, ବି ଡି ଓ ବାସନ୍ତୀ ସେଠୀ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ 350ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ 339ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ 11ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। 14ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe