ଭବାନୀପାଟଣା :---(ତର୍ଜମା ନ୍ୟୁଜ ) ଭବାନୀପାଟଣା ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି, ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶରତ ଚନ୍ଦ୍ର ଶ୍ରୀଚନ୍ଦନ ଏବଂ ଶ୍ରୀ ସୁଶାନ୍ତ ପଟେଲ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସଚିନ ପାୱାର,ଉପ ଜିଲ୍ଲାପାଳ ଭବାନୀପାଟଣା ଡ, ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୮୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୭୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୨ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।





Post a Comment