//BREAKING//
Loading...

ଲାଞ୍ଜିଗଡଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ।


 

ଭବାନୀପାଟଣା:-----( ତର୍ଜମା ନ୍ୟୁଜ ) ଲାଞ୍ଜିଗଡସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି, ଅନ୍ୱେଷା ରେଡ୍ଡୀ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ଅତିରିକ୍ତ ଆରକ୍ଷି ଅଧିକ୍ଷକ ଶ୍ରୀ ବିଜୟ କୁମାର ନନ୍ଦ,ଉପ ଜିଲ୍ଲାପାଳ, ଭବାନୀପାଟଣା ଡ, ବିଶ୍ୱଜିତ୍ ଦାସ, ବ୍ଲକ ଅଧ୍ୟକ୍ଷା କମଳା ପାତ୍ର,ଜିଲ୍ଲା ପରିଷଦ ସଭ୍ୟ ଅଞ୍ଜଳି ମାଝୀ, ପରୀକ୍ଷିତ ନାୟକଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


ଏହି ଜନ ଶୁଣାଣି ଶିବିରରେ ମୋଟ ୫୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe