//BREAKING//
Loading...

ଭବାନୀପାଟଣା ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ।


 

ଭବାନୀପାଟଣା:---( ତର୍ଜମା ନ୍ୟୁଜ ) ଭବାନୀପାଟଣା ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜିଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ,ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୧୧୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୦୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ରେଡକ୍ରସ ତରଫରୁ ୧ ଜଣଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଥିଲା।

Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe