ଭବାନୀପାଟଣା:---( ତର୍ଜମା ନ୍ୟୁଜ ) ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି, ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ଉପ ଜିଲ୍ଲାପାଳ, ଭବାନୀପାଟଣା ଡ ବିଶ୍ୱଜିତ୍ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୯୯ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୮୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ରେଡକ୍ରସ ତରଫରୁ ଜୁନାଗଡ ଆଟି ଗାଆଁ ର ମଙ୍ଗଳୁ ରଣା ଙ୍କୁ ଦିବ୍ୟାଙ୍ଗ ଆର୍ଥିକ ସହାୟତା ରୂପେ ଟ ୫୦୦୦ /- ଅନୁମୋଦନ କରାଯାଇଥିଲା।
Post a Comment