କେସିଙ୍ଗା:----( ତର୍ଜମା ନ୍ୟୁଜ ) କେସିଙ୍ଗା ବ୍ଲକ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲ,ଉପ ଜିଲ୍ଲାପାଳ, ଭବାନୀପାଟଣା ଡ, ବିଶ୍ୱଜିତ୍ ଦାସ, ବ୍ଲକ ଅଧ୍ୟକ୍ଷ ଶ୍ରୀ ଚନ୍ଦନ କୁମାର ସେନାପତି,ଉପାଧ୍ୟକ୍ଷ ରାଜଲକ୍ଷ୍ମୀ ପଟ୍ଟନାୟକ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୬୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୫୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୩ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।
Post a Comment