ଭବାନୀପାଟଣା;---- ( ତର୍ଜମା ନ୍ୟୁଜ ) କୋକସରା ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ପି, ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଧର୍ମଗଡ ଶ୍ରୀ ବେଦ ଭୂଷଣ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୦ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।
Post a Comment