ଧର୍ମଗଡ଼:-----(ତର୍ଜମା ନ୍ୟୁଜ ) କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଧର୍ମଗଡ଼ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି, ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଧର୍ମଗଡ଼ ଶ୍ରୀ ବେଦ ଭୂଷଣ, ମୂଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ ଶ୍ରୀ ସଚିନ ପାୱାର ପ୍ରକାଶ , ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ବବିତା ପାଟ୍ଟଯୋଶୀ,ବି ଡି ଓ ଶ୍ରୀ ଶରତ କୁମାର ସେଠୀ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୯୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୮୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।





Post a Comment