ଏମ ରାମପୁରଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ।
ଭବାନୀପାଟଣା:----
(ତର୍ଜମା ନ୍ୟୁଜ )
କଳାହାଣ୍ଡି ଜିଲ୍ଲା ଏମ, ରାମପୁର ବ୍ଲକ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି, ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଅଧକ୍ଷତାରେ ଏକ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଭବାନୀପାଟଣା ଡ ବିଶ୍ଵଜିତ ଦାସ , ବ୍ଲକ ଅଧ୍ୟକ୍ଷ ଶ୍ରୀମତୀ ମନ୍ଦାକିନୀ ସିଂହଦେଓ , ବି ଡି ଓ ଶ୍ରୀ ବିନୟ କୁମାର ଭୋଇ,ତହସିଲଦାର ଜ୍ୟୋସ୍ନା ମାଝୀ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୬୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୦ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ଶିବିରରେ ମୂଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ବମକ ପଞ୍ଚାୟତ କୁଟିଗୁଡୁମ୍ ଗ୍ରାମର ବିମଳା ଭୋଇ ଙ୍କୁ ୫୦୦୦ ଟଙ୍କା ଓ ଏମ ରାମପୁର ର ରଞ୍ଜିତ ମାଝିଙ୍କୁ ୨୦,୦୦୦୦ ଟଙ୍କା ଆର୍ଥିକ ସହାୟତା ମଞ୍ଜୁର କରଯାଇଥିଲା।
Post a Comment