କେସିଙ୍ଗା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ!
କେସିଙ୍ଗା:-----
(ତର୍ଜମା ବ୍ୟୁରୋ)
କେସିଙ୍ଗା ବ୍ଲକ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳପି, ଅନ୍ୱେଷା ରେଡ୍ଡୀ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଭବାନୀପାଟଣା ଡ, ବିଶ୍ଵଜିତ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ କେସିଙ୍ଗା ବ୍ଲକ ର କେତକୀ ହରିଜନ ଏବଂ ହୀରା ଘିବଲା ଙ୍କୁ ପ୍ରତ୍ୟେକ ୫୦୦୦ ଟଙ୍କା ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା।
Post a Comment