କଲମପୁର ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ !!!
କଲମପୁର:----
( ତର୍ଜମା ନ୍ୟୁଜ )
କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ କଲମପୁର ବ୍ଲକ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି, ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପଖଣ୍ଡ ଆରକ୍ଷୀ ଅଧିକାରୀ , ଧର୍ମଗଡ ଶ୍ରୀ ଧୀରଜ କୁମାର ଚୋପଦାର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୬୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଜଣଙ୍କୁ ଆର୍ଥିକ ସହାୟତା ମଞ୍ଜୁର କରଯାଇଥିଲା।
Post a Comment