//BREAKING//
Loading...

ଖବର ପ୍ରକାଶ ପରେ ସାମ୍ବାଦିକଙ୍କୁ ହତ୍ୟାଧମକ, ଥାନାରେ ଅଭିଯୋଗ : କଳାହାଣ୍ଡି ସାମ୍ବାଦିକ ୟୁନିୟନ ପକ୍ଷରୁ ତୀବ୍ର ନିନ୍ଦା!!!

 ଖବର ପ୍ରକାଶ ପରେ ସାମ୍ବାଦିକଙ୍କୁ ହତ୍ୟାଧମକ, ଥାନାରେ ଅଭିଯୋଗ : କଳାହାଣ୍ଡି ସାମ୍ବାଦିକ ୟୁନିୟନ ପକ୍ଷରୁ ତୀବ୍ର ନିନ୍ଦା!!!


କୋକସରା:------

 ( ତର୍ଜମା ବ୍ୟୁରୋ ନ୍ୟୁଜ )


କଳାହାଣ୍ଡି :-କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ବିଭିନ୍ନ ପଞ୍ଚାୟତରେ ହେଉଥିବା ଅନିୟମିତତା ଓ ଦୁର୍ନୀତି ପାଇଁ କୋକସରା ବ୍ଳକ ଅନେକ ସମୟରେ ଚର୍ଚ୍ଚାର ପରିସରକୁ ଆସିଥାଏ। ସେ' ଆବାସ ଯୋଜନାର ଘୋଟାଲା ହେଉ କିମ୍ବା ମନରେଗା ଯୋଜନାରେ ଚଞ୍ଚକତା ନେଇ ଚର୍ଚ୍ଚାରେ ରହି ଆସିଛି। ଏସବୁକୁ ନେଇ ଅନେକ ସମୟରେ ରାଜନୈତିକ ଦଳ, ପଞ୍ଚାୟତବାସୀ ପକ୍ଷରୁ ବ୍ଳକ ଘେରାଉ ଏବଂ ଆନ୍ଦୋଳନ ମଧ୍ୟ ବିଗତ ଦିନରେ ହୋଇସାରିଛି। ଏବେ ମହିଳା ସରପଞ୍ଚ ମାନଙ୍କ ସ୍ବାମୀମାନେ ସରପଞ୍ଚଙ୍କ ପ୍ରତିନିଧି ବୋଲାଇ ହୋଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ହସ୍ତକ୍ଷେପ କରୁଥିବା ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ଓ ଆଲୋଚନାକୁ ନେଇ ଗତ ୨୬ ତାରିଖରେ ଏକ ଦୈନିକ ଖବରକାଗଜରେ ଏକ ଖବର ପ୍ରକାଶ ପାଇଥିଲା। ଏହା ପରେ ସଂପୃକ୍ତ ଖବରକାଗଜର ବ୍ଳକ ପ୍ରତିନିଧିଙ୍କୁ ସରପଞ୍ଚ ମାନଙ୍କ ସ୍ବାମୀ ମାନେ ଜୀବନରୁ ମାରିଦେବାକୁ ହତ୍ୟା ଧମକ ଦେବା ସହିତ ଆକ୍ରମଣ କରିଥିବା ନେଇ ଗୁରୁବାର ସାମ୍ବାଦିକ ଜଣକ କୋକସରା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ କୋକସରା ଥାନା ଅଧିକାରୀଣି ରନିତା ପ୍ରଧାନ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ବେଳେ ୫ଜଣଙ୍କ ନାମରେ ମାମଲା ଦାଏର ହୋଇଥିବା ସୂଚନା ରହିଛି। ତେବେ ସତ୍ୟ ଖବର ପ୍ରକାଶପରେ ସାମ୍ବାଦିକଙ୍କୁ ଆକ୍ରମଣ ସହ ହତ୍ୟା ଧମକ ଦେବା ଘଟଣାକୁ ବିଭିନ୍ନ ମହଲରେ ତୀବ୍ର ନିନ୍ଦା କରାଯାଇଛି। ଗଣ ମାଧ୍ୟମର କଣ୍ଠରୋଧ କରାଯିବା ପାଇଁ ଏହା ଏକ ଯୋଜନା ବୋଲି କଳାହାଣ୍ଡି ସାମ୍ବାଦିକ ୟୁନିୟନ୍  ସଭାପତି  ମହମ୍ମଦ ଅଲ୍ଲୀ ଖାଁ, ସାଧାରଣ ସମ୍ପାଦକ ଜଗ ମୋହନ ପଟ୍ଟନାୟକ, ରାଜ୍ୟ ସାମ୍ବାଦିକ ସଙ୍ଘ ଓଡ଼ିଶା ଉପ ସଭାପତି ଶ୍ରୀ ଦୁଷ୍ମନ୍ତ କୁମାର ପଣ୍ଡା  ଏହାକୁ ତୀବ୍ର ନିନ୍ଦା କରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛନ୍ତି।

Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe