ତେବେ ଶରଧାବାଲିରେ ଘଟିଥିବା ଅଘଟଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି । ପରଲୋକଗତ ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି । ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ।
ଏହା ସହିତ ପୁରୀ ଜିଲ୍ଲାପାଳ ଓ ଏସ.ପି ଙ୍କୁ ମଧ୍ୟ ବଦଳି କରାଯାଇଛି। ନୂତନ ଜିଲ୍ଲାପାଳ ଭାବେ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ. ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆଯାଇଛି। ଏହା ସହିତ DCP ବିଷ୍ଣୁ ପତି ଓ କମାଣ୍ଡାନ୍ଟ ଅଜୟ ପାଢ଼ିଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
Post a Comment